ଆଜି ଶ୍ରୀଜିଉଙ୍କ ଅଧରପଣା

ଆଜି ଶ୍ରୀଜିଉଙ୍କ ଅଧରପଣା

ମେଟ୍ରୋ ଟିଭି ବ୍ୟୁରୋ ଜୁଲାଇ/୨୨ : ଆଶାଢ଼ ଶୁକ୍ଳୁପକ୍ଷ ତ୍ରୟୋଦଶୀ ତିଥିରେ ଅଧରପଣା ଭୋଗ କରାଯାଇଥାଏ । ଆଜି ଶ୍ରୀଜିଉଙ୍କ ଅଧରପଣା ଉତ୍ସବ । ଏହି ଦିନ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୋଇଥାଏ । ଶ୍ରୀବିଗ୍ରହମାନଙ୍କର ଶ୍ରୀଅଧର ଉଚ୍ଚତା ବିଶିଷ୍ଟ ଲାଉତୁମ୍ବ ଭଳି ସ୍ୱତନ୍ତ୍ର ଶୈଳୀରେ ନିର୍ମିତ ମାଟିହାଣ୍ଡିରେ ପଣା ସବୁକୁ ରଥ ଉପରେ ରଖାଯାଇଥାଏ । ପ୍ରତି ରଥରେ ୩ ହାଣ୍ଡି ହିସାବରେ ମୋଟ ୯ ହାଣ୍ଡି ଅଧରପଣା ଭୋଗ କରାଯାଏ । ଏହି ୯ ହାଣ୍ଡି ପଣାକୁ ପୂଜାପଣ୍ଡା ସେବକମାନେ ପଂଚୋପଚାର ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କୁ ଅର୍ପଣ କରିଥାନ୍ତି । ଭୋଗ ହେବାପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯାଏ । ରଥଗୁଡ଼ିକରେ ଥିବା ପାଶ୍ୱର୍ ଦେବାଦେବୀ, ଚଣ୍ଡିଚାମୁଣ୍ଡା ତଥା ଅଶରୀରୀମାନଙ୍କ ଉଦ୍ଧାର ନିମନ୍ତେ ପଣା ହାଣ୍ଡି ସବୁକୁ ଭୋଗ ହେବାପରେ ଭାଙ୍ଗି ଦିଆଯିବାର ବିଧି ରହିଆସିଛି ।

Leave a Reply

%d bloggers like this: