୨୪ ଘଣ୍ଟାରେ ରାଜ୍ୟରେ ୧୫୫୮ ଜଣ ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୪୭୯

୨୪ ଘଣ୍ଟାରେ ରାଜ୍ୟରେ ୧୫୫୮ ଜଣ ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୪୭୯

୨୪ ଘଣ୍ଟାରେ ରାଜ୍ୟରେ ୧୫୫୮ ଜଣ ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୪୭୯
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୫୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୯୦୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୬୫୪ ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି । ଆଜି ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୪୭୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୮୦ ଜଣ, ବାଲେଶ୍ୱରରୁ ୯୭ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୪୨ ଜଣ, ବଲାଙ୍ଗୀରରୁ ୧୦ ଜଣ, ବୈାଦ୍ଧରୁ ୩, କଟକରୁ ୨୪୧ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୨୩ ଜଣ, ଗଜପତିରୁ ୩ ଜଣ, ଗଂଜାମରୁ ୭ ଜଣ, ଜଗତସିଂହପୁରରୁ ୬୭ ଜଣ, ଯାଜପୁରରୁ ୭୮ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୮ ଜଣ, କନ୍ଧମାଳରୁ ୧୮ ଜଣ, କେନ୍ଦ୍ରାପଡ଼ାରୁ ୩୫ ଜଣ, କେଉଁଝରରୁ ୧୪ ଜଣ, ଖୋର୍ଦ୍ଧାରୁ ୪୭୯ ଜଣ, କୋରାପୁଟରୁ ୨ ଜଣ, ମାଲକାନାଗିରିରୁ ୫ ଜଣ, ମୟୁରଭଂଜରୁ ୪୧ ଜଣ, ନବରଙ୍ଗପୁରରୁ ୧୩ ଜଣ, ନୟାଗଡ଼ରୁ ୨୫ ଜଣ, ନୂଆପଡ଼ାରୁ ୨, ପୁରୀରୁ ୮୨ ଜଣ, ରାୟଗଡ଼ାରୁ ୮ ଜଣ, ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୨୮ ଓ ଷ୍ଟେଟ ପୁଲରୁ ୧୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୭୫, ୬୯୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୯, ୫୩, ୦୮୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ମଧ୍ୟ ୧୬, ୭୧୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Leave a Reply

%d bloggers like this: