୬୩, ୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

୬୩, ୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

୬୩, ୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି
ମେଟ୍ରୋ ଟିଭି ବ୍ୟୁରୋ ଜୁଲାଇ/୩୧ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିୟଡ୍‌କୁ କମ୍ କରାଯାଇଛି । ଏହା ଦ୍ୱାରା ରାଜ୍ୟର ୬୩, ୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ । ତା’ ସହିତ ଉଚ୍ଚ ପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀଗୁଡ଼ିକ ମଧ୍ୟ ପୂରଣ ହେବ ଏବଂ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀଗୁଡ଼ିକ ମଧ୍ୟ ପୂରଣ ହୋଇପାରିବ । ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନ ସ୍ତରରେ ଶିକ୍ଷକ ଅଭାବ ପୂରଣ ହେବା ଦ୍ୱାରା ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ପରିଚାଳନାରେ ଉନ୍ନତି ଆସିପାରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।
ସୂଚନାଯୋଗ୍ୟ ଯେ ୨୦୧୯ରେ ପ୍ରାଥମିକ ଶିକ୍ଷକମାନଙ୍କ କ୍ୟାଡରର ପୁର୍ନଗଠନ କରାଯାଇ ଲେଭେଲ-୪ରେ ୨୧,୪୬୩ ଶିକ୍ଷକ ପଦବୀ ସ୍ଥାନରେ ୫୧, ୧୬୪ ଟି ୯୩୦୫ଟି ପଦବୀ ସ୍ଥାନରେ ୧୮, ୭୬୯ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପଦୋନ୍ନତି ପାଇବାକୁ ଯାଉଥିବା ସବୁ ଶିକ୍ଷକଙ୍କୁ ଅଭିନନ୍ଦନ ଜଣାଇବା ସହ ଗୁଣାତ୍ମକ ଶିକ୍ଷାଦାନ ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମର ସଫଳତାରେ ସମସ୍ତଙ୍କ ସହେଯାଗ କାମନା କରିଛନ୍ତି ।

Leave a Reply

%d bloggers like this: