ରାଜ୍ୟର ସାଢ଼େ ତିନି କୋଟି ଲୋକ ପାଇବେ ସ୍ମାର୍ଟ ହେଲ୍‌ଥ କାର୍ଡ

ରାଜ୍ୟର ସାଢ଼େ ତିନି କୋଟି ଲୋକ ପାଇବେ ସ୍ମାର୍ଟ ହେଲ୍‌ଥ କାର୍ଡ

ରାଜ୍ୟର ସାଢ଼େ ତିନି କୋଟି ଲୋକ ପାଇବେ ସ୍ମାର୍ଟ ହେଲ୍‌ଥ କାର୍ଡ

ମେଟ୍ରୋ ଟିଭି ବ୍ୟୁରୋ ଅଗଷ୍ଟ/୧୫ : ଆଜି ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ୭୫ତମ ସ୍ୱାଧୀନତା ଦିବସ ପାଳନ ହୋଇଯାଇଛି । ଏହି ଅବସରରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ ।

ରାଜ୍ୟରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବୈପ୍ଳବିକ ପରିବତ୍ତନ ଆଣିବା ଲକ୍ଷ୍ୟ ନେଇ ଏକ ଏା÷ତିହାସିକ ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ସାରା ଓଡ଼ିଶା ମୋ ପରିବାର । ମୋ ପାଇଁ ପ୍ରତି ଜୀବନ ମୂଲ୍ୟବାନ । ଯେତେବେଳେ ଲୋକମାନେ ଚିକିତ୍ସା ପାଇଁ ସୁନା ବିକିବା, ଜମି ବିକିବା ଓ ପିଲାଙ୍କ ପାଠପଢ଼ା ବନ୍ଦ କରିବା ଖବର ମିଳେ, ସେତେବେଳେ ମୋତେ ବହୁତ କଷ୍ଟ ଲାଗେ । ଲୋକଙ୍କର ଏହି ଦୁଃଖ ଦୂର କରିବା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ ଲାଗୁ କରାଯିବ ବୋଲି ମୁଁ ଘୋଷଣା କରୁଛି ।’ ଏଥିପାଇଁ ରାଜ୍ୟର ୯୬ ଲକ୍ଷ ପରିବାର, ସାଢ଼େ ତିନି କୋଟି ଲୋକଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ମିଳିବ । ସାରା ଓଡ଼ିଶାରେ ପର୍ଯ୍ୟାମକ୍ରମେ ଏହି କାର୍ଡ ଦିଆଯିବ । ଏଭଳି ସ୍ମାର୍ଟ ହେଲ୍‌ଥ କାର୍ଡ ଦେବାର ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ।

Leave a Reply

%d bloggers like this: