ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ଜାରି ରହିବ ବର୍ଷା, ୧୦ ଜିଲ୍ଲାକୁ ସତର୍କ ସୂଚନା

ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ଜାରି ରହିବ ବର୍ଷା, ୧୦ ଜିଲ୍ଲାକୁ ସତର୍କ ସୂଚନା

ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ଜାରି ରହିବ ବର୍ଷା, ୧୦ ଜିଲ୍ଲାକୁ ସତର୍କ ସୂଚନା

ମେଟ୍ରୋ ଟିଭି ବ୍ୟୁରୋ ଅଗଷ୍ଟ/୧୭ : ଆସନ୍ତା ଦୁଇ ଦିନ ଯାଏଁ ରାଜ୍ୟରେ ଲାଗିରହିବ ବର୍ଷା । ୧୦ ଜିଲ୍ଲାରେ ୟେଲୋ ୱାର୍ନି ଜାରି କରାଯାଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଅତି ପ୍ରବଳ ବର୍ଷା ନେଇ ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, କଟକ, କନ୍ଧମାଳ, ମୟୁରଭଞ୍ଜ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମାଲକାନାଗିରି, କୋରାପୁଟ ଜିଲ୍ଲାକୁ ମଧ୍ୟ ସତର୍କ ସୂଚନା ଦିଆଯାଇଛି ।

ସେହିପରି ୨୪ ଘଣ୍ଟା ପରେ ଆଭ୍ୟନ୍ତରାଣ ଜିଲ୍ଲା ପ୍ରଭାବିତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଓଡ଼ିଶା ଉପକୂଳ ଏବଂ ଏହାର ଆଖପାଖ ଅଞ୍ଚଳ ଉତ୍ତର ପଶ୍ଚିମରେ ଲଘୁଚାପ ସକ୍ରିୟ ରହିଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର ଦିଗରେ ଗତି କରିବ । ମୈାସୁମୀ ନିମ୍ନଚାପ ରେଖା ମଧ୍ୟ ଓଡ଼ିଶା ଉପରେ ରହିଥିବା ବେଳେ ଏହା ଫଳରେ ସାରା ରାଜ୍ୟରେ ଦୁଇ ଦିନ ଯାଏଁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୧ ଜୁନରୁ ୧୭ ଅଗଷ୍ଟ ପର୍ଯ୍ୟନ୍ତ ୨୯ ପ୍ରତିଶତ ନିଆଣ୍ଟିଆ ବର୍ଷା ହୋଇଥିବା ବେଳେ ୭ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି ବୋଲି ପାଣିପାଗ ବୈଜ୍ଞାନିକ ଉମା ଶଙ୍କର ଦାସ ସୂଚନା ଦେଇଛନ୍ତି ।

Leave a Reply

%d bloggers like this: