ଆଉ ଏକ ଲଘୁଚାପ, ପୁଣି ବର୍ଷା

ଆଉ ଏକ ଲଘୁଚାପ, ପୁଣି ବର୍ଷା


ମେଟ୍ରୋ ଟିଭି ବ୍ୟୁରୋ , ୨୯/୯.ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ବ୍ୟାପିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଶେଷ ଉତ୍ତର ଓ ଉପକୂଳ ଓଡ଼ିଶାରେ ଆସନ୍ତା ୨ ଦିନ ପର‌୍ୟ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି ।
ଘରୋଇ ପାଣିପାଗ ପୂର୍ବାନୁମାନ ସଂସ୍ଥା ସ୍କାଏମେଟ୍ ପକ୍ଷରୁ କୁହାଯାଇଛି ଯେ, ଗତ ସପ୍ତାହରେ ଦକ୍ଷିଣ ଚୀନ ସାଗରରେ ସୃଷ୍ଟି ହୋଇ ଭିଏତନାମରେ ଧ୍ବଂସଲୀଳା ରଚାଇଥିବା ବାତ୍ୟା ଡିଆମୁ ଏବେ ଦୁର୍ବଳ ହୋଇ ବଙ୍ଗୋପସାଗର ପ୍ରବେଶ କରିଛି ଓ ଏକ ଲଘୁଚାପରେ ପରିଣତ ହୋଇଛି । ଏହି ଲଘୁଚାପ ହିଁ ଓଡ଼ିଶା ମୁହାଁ ହୋଇଛି । ଏହାର ପ୍ରଭାବରେ ଓଡିଶାରେ ପ୍ରବଳ ବର୍ଷା ସମ୍ବାବନା । ବିଶେଷ କରି ସୁନ୍ଦରଗଡ , କେନ୍ଦୁଝର , ମୟରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

Leave a Reply

%d bloggers like this: