୧୮ ଯାଏ ପ୍ରବଳ ବର୍ଷିବ

Heavy rainfall in Odisha

୧୮ ଯାଏ ପ୍ରବଳ ବର୍ଷିବ


ମେଟ୍ରୋ ଟିଭି ବ୍ୟୁରୋ, ୧୭/୧୦ : ରାଜ୍ୟରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ୧୭ରେ ଉପକୂଳ ଓଡ଼ିଶା, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଅଞ୍ଚଳ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କିନ୍ତୁ କେନ୍ଦୁଝର, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ ଓ ଯାଜପୁରରେ ପ୍ରବଳ ବର୍ଷା ହେବ। ସେଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ତେବେ ୧୭ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ ଓ ଢେଙ୍କାନାଳରେ ଘଡ଼ଘଡ଼ି ସହ ବଜ୍ରପାତ ହେବ। ସେଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୧୮ରେ ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବ ଏବଂ ଏ ଦୁଇଟି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ ଓ କନ୍ଧମାଳରେ ବଜ୍ରପାତ ହେବାର ଆଶଙ୍କା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

%d bloggers like this: