ଆସୁଛି ଜୱାଦ,
ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌

Cyclone Jawad

ଆସୁଛି ଜୱାଦ, ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌


ମେଟ୍ରୋ ଟିଭି ବ୍ୟୁରୋ,୦୩/୧୨: ସବୁଠି ବାତ୍ୟା ‘ଜୱାଦ’ ନେଇ ହାଇଆଲର୍ଟ । ତେବେ ଏହାକୁ ଦୃଷ୍ଟିରେ ରଖି ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରିଛନ୍ତି ରାଜ୍ୟ ସରକାର । ସମସ୍ତ ସରକାରୀ ଅଧିକାରୀ ଏବଂ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ସରକାର । ସମସ୍ତ କର୍ମଚାରୀ ନିଜ ନିଜର ହେଡକ୍ବାର୍ଟର୍ସରେ ରହିବାକୁ ନିର୍ଦେଶ ଦିଆଯାଇଛି । ଏମିତିକି ଛୁଟିରେ ଥିବା କର୍ମଚାରୀ ମଧ୍ୟ ତୂରନ୍ତ କାର‌୍ୟ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାର ବିଭିନ୍ନ ପଦକ୍ଷେପ ମାନ ଗ୍ରହଣ କରୁଛନ୍ତି । ତେବେ ସବୁଥର ଭଳି ଏଥର ମଧ୍ୟ ଜିରୋ କାଜୁଆଲଟିକୁ ଗୁରୁତ୍ୱ ଦିଆଯାଇଛି । ୫ ତାରିଖ ରବିବାର ପଡୁଥିବା ବେଳେ ଛୁଟି ବାତିଲ କରାଯାଇଛି । ସମସ୍ତ କର୍ମଚାରୀ ନିଜ ନିଜର ହେଡକ୍ୱାର୍ଟର୍ସରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଛୁଟିରେ ଥିବା କର୍ମଚାରୀ ଛୁଟି ବାତିଲ ହୋଇଥିବା ବେଳେ କାର‌୍ୟ୍ୟାଳୟରେ ଯୋଗ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିସନର ପ୍ରଦୀପ ଜେନା ସୂଚନା ଦେଇଛନ୍ତି ।

Leave a Reply

%d bloggers like this: